ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ

0

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରୁ ପଞ୍ଚମ ଆନ୍ତର୍ଜାତୀୟ ବିମାନ ସେବା ଯୋଗାଇବାକୁ ଯାଉଛି। ଏନେଇ ସମସ୍ତ ପ୍ରସ୍ତୁତ ଶେଷ ପର୍ଯ୍ୟ।ୟରେ ପହଞ୍ଚିଛି। ତେବେ ଜୁନ୍‌ରୁ ସିଧାସଳଖ ଭାବରେ ଦୁଇଟି ସ୍ଥାନକୁ ଉଡିବ ବିମାନ। ଭୁବନେଶ୍ବରରୁ ଆନ୍ଧ୍ର ପ୍ରଦେଶର ଭାଇଜାଗ ଏବଂ ଆବୁଧାବିକୁ ଉଡିବ ସିଧାସଳଖ ବିମାନ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ବିମାନ ବନ୍ଦରର ନିର୍ଦେଶକ ପ୍ରସନ୍ନ ପ୍ରଧାନ।

ବିଶେଷ କରି ଜୁନ୍‌ରୁ ଭୁବନେଶ୍ବର ବିମାନ ବନ୍ଦରରୁ ସିଧାସଳଖ ଭାବରେ ଉଡିବ ଆବୁଧାବିକୁ ବିମାନ। କେବଳ ମଙ୍ଗଳବାର, ବୁଧବାର ଓ ଶନିବାର ଦିନ ବିମାନ ଉଡ଼ିବା ନେଇ ସୂଚନା ମିଳିଛି। ଏହା ସହିତ ଭାଇଜାଗକୁ ମଧ୍ୟ ସିଧାସଳଖ ଉଡିବ ବିମାନ। ଏନେଇ ବିମାନର ସମୟ ଧାର୍ଯ୍ୟ କରାଯାଇନାହିଁ। କେଉଁ ସମୟରେ ଉଡାଣ କରିବା ସେନେଇ ପରବର୍ତ୍ତୀ ସମୟରେ ସୂଚନା ଦିଆଯିବ ବୋଲି କହିଛନ୍ତି ଭୁବନେଶ୍ଵର ବିମାନ ବନ୍ଦରର ନିର୍ଦେଶକ ପ୍ରସନ୍ନ ପ୍ରଧାନ।

ଓଡ଼ିଶାକୁ ବିଶ୍ୱ ସହିତ ସଂଯୋଗ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ହେବ। ପର୍ଯ୍ୟଟନ, ବାଣିଜ୍ୟ ଏବଂ ଏକ ବିକଶିତ ଓଡ଼ିଶା ସମ୍ଭାବନାକୁ ବୃଦ୍ଧି କରିବାରେ ସହାୟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ପୋଷ୍ଟ କରିଛନ୍ତି। ଏହା ବ୍ୟତୀତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

Leave A Reply

Your email address will not be published.