ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଓଡ଼ିଶା ଓ୍ବେବସାଇଟ୍‌କୁ ହ୍ୟାକ୍‌ କଲା ପାକିସ୍ତାନ

0

ଭୁବନେଶ୍ବର: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ସୂଚନା ମିଳିଛି । ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି । ଏହି ଘଟଣା ପରେ ରାଜ୍ୟ ସାଇବର ସୁରକ୍ଷା ବିଭାଗ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ସେଥିମଧ୍ୟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ ‘ପାକିସ୍ତାନ ସାଇବର ଫୋର୍ସ’ ଭାବରେ ନିଜର ପରିଚୟ ଦେଉଥିବା ଏକ ଗୋଷ୍ଠୀ ଦ୍ୱାରା ହ୍ୟାକ୍ ହୋଇଥିବା ଜଣାପଡ଼ିଛି।

ବୁଧବାରଠାରୁ ଓ୍ବେବସାଇଟ ଅକାମୀ ହୋଇପଡ଼ିଥିବା କୁହାଯାଉଛି। ଗୁରୁବାର ସାଇଟ୍ ପରିଦର୍ଶନ କରୁଥିବା ବ୍ୟବହାରକାରୀମାନେ ଏହା ବ୍ଲକଡ୍ ହୋଇଥିବା ଦେଖିବାକୁ ପାଇଥିଲେ। ଏହାକୁ ଆକ୍ସେସ କରି ହେଉ ନଥିବା ଜଣାପଡ଼ିଛି। ଏ ନେଇ ଗଣ ଶିକ୍ଷା ବିଭାଗର ପ୍ରତିକ୍ରିୟା ମିଳିପାରିନାହିଁ।

ସାଇବର ସୁରକ୍ଷା ବିଶେଷଜ୍ଞମାନେ କହିଛନ୍ତି ଯେ, ଏହା ଏକ ସଙ୍ଗଠିତ ସାଇବର ଆକ୍ରମଣ ହୋଇପାରେ। ଯାହା ପଛରେ ପାକିସ୍ତାନୀ ହ୍ୟାକର ଗ୍ରୁପର ହାତ ରହିଥାଇପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ଓ୍ବେବସାଇଟର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣା ପରେ ରାଜ୍ୟ ସାଇବର ସୁରକ୍ଷା ବିଭାଗ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ହ୍ୟାକରମାନେ ଓ୍ବେବସାଇଟର ଡାଟାବେସରେ ଅନଧିକୃତ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ ଏବଂ କିଛି କ୍ଷେତ୍ରରେ ସେମାନେ ସଫଳ ହୋଇଛନ୍ତି। ତେବେ, ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ହୋଇଛି କି ନାହିଁ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।

Leave A Reply

Your email address will not be published.