ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଓଡ଼ିଶା ଓ୍ବେବସାଇଟ୍‌କୁ ହ୍ୟାକ୍‌ କଲା ପାକିସ୍ତାନ

0

ଭୁବନେଶ୍ବର: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ସୂଚନା ମିଳିଛି । ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି । ଏହି ଘଟଣା ପରେ ରାଜ୍ୟ ସାଇବର ସୁରକ୍ଷା ବିଭାଗ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ସେଥିମଧ୍ୟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ ‘ପାକିସ୍ତାନ ସାଇବର ଫୋର୍ସ’ ଭାବରେ ନିଜର ପରିଚୟ ଦେଉଥିବା ଏକ ଗୋଷ୍ଠୀ ଦ୍ୱାରା ହ୍ୟାକ୍ ହୋଇଥିବା ଜଣାପଡ଼ିଛି।

ବୁଧବାରଠାରୁ ଓ୍ବେବସାଇଟ ଅକାମୀ ହୋଇପଡ଼ିଥିବା କୁହାଯାଉଛି। ଗୁରୁବାର ସାଇଟ୍ ପରିଦର୍ଶନ କରୁଥିବା ବ୍ୟବହାରକାରୀମାନେ ଏହା ବ୍ଲକଡ୍ ହୋଇଥିବା ଦେଖିବାକୁ ପାଇଥିଲେ। ଏହାକୁ ଆକ୍ସେସ କରି ହେଉ ନଥିବା ଜଣାପଡ଼ିଛି। ଏ ନେଇ ଗଣ ଶିକ୍ଷା ବିଭାଗର ପ୍ରତିକ୍ରିୟା ମିଳିପାରିନାହିଁ।

ସାଇବର ସୁରକ୍ଷା ବିଶେଷଜ୍ଞମାନେ କହିଛନ୍ତି ଯେ, ଏହା ଏକ ସଙ୍ଗଠିତ ସାଇବର ଆକ୍ରମଣ ହୋଇପାରେ। ଯାହା ପଛରେ ପାକିସ୍ତାନୀ ହ୍ୟାକର ଗ୍ରୁପର ହାତ ରହିଥାଇପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ଓ୍ବେବସାଇଟର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣା ପରେ ରାଜ୍ୟ ସାଇବର ସୁରକ୍ଷା ବିଭାଗ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ହ୍ୟାକରମାନେ ଓ୍ବେବସାଇଟର ଡାଟାବେସରେ ଅନଧିକୃତ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ ଏବଂ କିଛି କ୍ଷେତ୍ରରେ ସେମାନେ ସଫଳ ହୋଇଛନ୍ତି। ତେବେ, ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ହୋଇଛି କି ନାହିଁ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।

Leave A Reply

Your email address will not be published.