ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ପଠାନକୋଟରେ ପୁଣି ଆକ୍ରମଣ, ପାକ୍‌‌ର ୨ଟି ଡ୍ରୋନକୁ ଖସାଇଲା ଭାରତ

0

ନୂଆଦିଲ୍ଲୀ: ପଠାନକୋଟରେ ପାକିସ୍ତାନୀ ସେନା ପୁଣିି ଆକ୍ରମଣ କରିଥିବା ସୂଚନା ମିଳିଛି। ପାକିସ୍ତାନ ପକ୍ଷରୁ ପଠାନକୋଟରେ ଡ୍ରୋନ ଆକ୍ରମଣ କରାଯାଇଥିବା ଜଣାପଡ଼ିଛି। ଭାରତର ୧୧ଟି ସ୍ଥାନରେ ଡ୍ରୋନ ଆକ୍ରମଣ କରିଛି ପାକିସ୍ତାନ। ଶୁକ୍ରବାର ରାତି ୯ଟାରେ ପାକିସ୍ତାନ କରିଛି ଆଟାକ୍‌। ରାଜସ୍ତାନ, ପଞ୍ଜାବ ଓ ଜମ୍ମୁରେ ଆକ୍ରବଣ ହୋଇଥିବା ସୂଚନା ମିଳିଛି। ଗୋଟିଏ ପରେ ଗୋଟିଏ ଡ୍ରୋନ ଧ୍ୱଂସ କରୁଛି ବାୟୁସେନା।

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ପାକିସ୍ତାନ ପୁଣି ଥରେ ଏଲଓସିରେ ଗୁଳିମାଡ଼ ଆରମ୍ଭ କରିଛି। ଜମ୍ମୁର ଅନେକ ସ୍ଥାନରେ ପୁଣି ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି। ପ୍ରତିରକ୍ଷା ସୂତ୍ର ଅନୁଯାୟୀ, ଜମ୍ମୁ, ସାମ୍ବା, ପଠାନକୋଟ ସେକ୍ଟରରେ ପାକିସ୍ତାନୀ ଡ୍ରୋନ ଦେଖାଯାଇଥିଲା। ଫିରୋଜପୁର, ପଠାନକୋଟ ସୀମାରେ ପାକିସ୍ତାନରୁ ହୋଇଥିବା କ୍ଷେପଣାସ୍ତ୍ର ଆକ୍ରମଣକୁ ଆକାଶ ମାର୍ଗରେ ଧ୍ୱଂସ କରାଯାଇଥିଲା। ପାକିସ୍ତାନ ଆକ୍ରମଣର ଭାରତୀୟ ସେନା କଡ଼ା ଜବାବ ଦେଉଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନର ୨ଟି ଡ୍ରୋନକୁ ଖସାଇ ଦେଇଥିବା ସୂଚନା ମିଳିଛି।

Leave A Reply

Your email address will not be published.