ପ୍ରମୁଖ ଖବର

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଗଞ୍ଜାମ: ଗଞ୍ଜାମ ଗସ୍ତରେ ଆସି ମା’ ତାରାତାରିଣୀଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା’ଙ୍କ ନିକଟରେ ଓଡ଼ିଶାରେ ବିକାଶ ନେଇ ପ୍ରାର୍ଥନା କରିଛନ୍ତି। ଏଥି ସହ ପୀଠର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ଯାହାବି ଆନୁସଙ୍ଗିକ ବ୍ୟବସ୍ଥା ଦରାକାର ତାହା ରାଜ୍ୟ ସରକାରଙ୍କ ତରଫରୁ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ଯୋଗଦେବା ପୂର୍ବରୁ ତାରାତାରିଣୀ ପୀଠ ବୁଲି ଦେଖିଥିଲେ ଏବଂ ଏହି ଅଂଚଳର ଉନ୍ନତିକରଣ ପାଇଁ ବିଭିନ୍ନ କାର୍ଯ୍ୟକାରୀ ହେବାକୁ ଥିବା ଭିତ୍ତିଭୂମିର ବିକାଶ ପାଇଁ ସ୍ଥାନୀୟ ଲୋକପ୍ରନିଧିଙ୍କ ସହିତ ଆଲୋଚନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ମା’ ତାରାତାରିଣୀ ପୀଠର ଭିତ୍ତିଭୂମି ବିକାଶ ନିମନ୍ତେ ୬୮ କୋଟି ଟଙ୍କା ଦେଇଛନ୍ତି। ଏଥିରେ ସୁରକ୍ଷା ଓ ପରିମଳ ବ୍ୟବସ୍ଥା, ଗୋଟିଏ ସ୍ଵୟଂଚାଳିତ ରନ୍ଧାଯନ୍ତ୍ର ପ୍ରତିଷ୍ଠା (ପାହାଡ ଉପରେ), ୯୯୯ ପଥର ପାହାଚର ମରାମତି ଓ ପୁନଃ ନିର୍ମାଣ, ଯାନବାହାନ ରହଣୀସ୍ଥଳ ଓ ହେଲିପ୍ୟାଡ୍‌ପାଇଁ ଜମି ଅଧିଗ୍ରହଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଏହା ସହିତ ଭକ୍ତ, ଯାତ୍ରୀମାନଙ୍କୁ ଆବଶ୍ୟକୀୟ ସୁବିଧା ସୁଯୋଗ ଯୋଗାଇଦେବା ତଥା ଆଧ୍ୟାତ୍ମିକ ଓ ସାଂସ୍କୃତିକ ଅନୁଭବ ଉପଲବ୍ଧ କରାଇବା ମହତ୍ତ୍ ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ପୁଣି ୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ ସିଂହଦ୍ଵାର ସାମନାରେ ବହୁତଳ ବିଶିଷ୍ଟ ଧର୍ମଶାଳା, ବଣଭୋଜି ସ୍ଥଳ, ରାସ୍ତାଘାଟ ଉନ୍ନତିକରଣ ଯଥା ନବ ନିର୍ମିତ ପୋଲ ଠାରୁ ମୁଖ୍ୟରାସ୍ତା ଓ ଘାଟ ରୋଡ ପାର୍ଶ୍ଵରେ ସୁରକ୍ଷା ପ୍ରାଚୀର, ଆଲୋକୀକରଣ, ସାଇନ୍ ବୋର୍ଡ, ମନ୍ଦିର ଚତୁର୍ଦ୍ଦିଗରେ ୫ ଗୋଟି ଗୁମୁଟ, ମନ୍ଦିର ଉତ୍ତରପାର୍ଶ୍ଵ ଉନ୍ନତିକରଣ, ଋଷିକୂଲ୍ୟା ନଦୀ ପଠାରେ ହେବାକୁଥିବା ଅନ୍ୟାନ୍ୟ ଉନ୍ନତିକରଣ କାର୍ଯ୍ୟକ୍ରମ ୨୫ କୋଟି ଟଙ୍କା ବ୍ୟୟରେ କରାଯିବ। ଏହା ସହିତ ମନ୍ଦିର ସମେତ ଅନ୍ୟାନ୍ୟ କୋଠାବାଡି ରକ୍ଷଣାବେକ୍ଷଣ ନିମନ୍ତେ ୫ କୋଟି ଟଙ୍କା ସ୍ଥାୟୀଜମା ଆକାରରେ ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.