ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଛୁଟି ବାତିଲ

0

ନୂଆ-ଦିଲ୍ଲୀ: ଭାରତ-ପାକ୍‌ ଯୁଦ୍ଧ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଛୁଟି ବାତିଲ କରିଛି। ଏ ନେଇ ମନ୍ତ୍ରାଳୟ ପକ୍ଷରୁ ସର୍କୁଲାର୍‌ ଜାରି ହୋଇଛି। ମେଡିକାଲ ସହ ସମସ୍ତ ଛୁଟି ବାତିଲ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହି ଛୁଟି ବାତିଲ ରହିବ। ଛୁଟି ମଞ୍ଜୁର ହୋଇଥିଲେ ବାତିଲ ସହ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୀମାନ୍ତ ରାଜ୍ୟ ଗୁଡ଼ିକ ପାକିସ୍ତାନ ଡ୍ରୋନ ଓ ମିସାଇଲ ମାଧ୍ୟମରେ ଆଟାର୍କ କରୁଛି। ଭାରତୀୟ ସେନା ମଧ୍ୟ ଏହାର ମୁହଁତୋଡ଼ ଜବାବ ଦେଉଛନ୍ତି। ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ହେଉଥିବାରୁ ବିଭିନ୍ନ ରାଜ୍ୟକୁ ହାଇଆଲର୍ଟ କରାଯାଇଛି। ଯୁଦ୍ଧ ସ୍ଥିତିକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି।ଉତ୍ତରାଖଣ୍ଡରେ ସବୁ ହସ୍ପିଟାଲ ପାଇଁ ହାଇଆଲର୍ଟ ଜାରି କରିଛନ୍ତି ରାଜ୍ୟ ସରକାର। ଡାକ୍ତର ଓ ସବୁ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ୧୨ ହଜାର ହସ୍ପିଟାଲ ବେଡ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.