ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରେଇ ଆଣିବା ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର

0

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରରେ ଦେଖାଯାଇଥିବା ଜରୁରୀକାଳୀନ ପରିସ୍ଥିତି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯିବାପରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶାକୁ ଫେରେଇଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି।

ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ମିଳିତ ସହଯୋଗରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, ଜାମ୍ମୁରେ ଅଧ୍ୟୟନରତ ମୋଟ୍ ୧୧୪ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ଫେରେଇ ଆଣିବାକୁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଲେ ଓଡ଼ିଶା ସରକାର। ଦିଲ୍ଲୀ ସ୍ଥିତ ଓଡ଼ିଶା ନିବାସରେ ଏହି କଣ୍ଟ୍ରୋଲ ରୁମ୍ ଖୋଲାଯାଇଥିବା ବେଳେ ହେଲ୍ପଲାଇନ ନମ୍ବର ୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧ରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

କାଲି ପାକିସ୍ତାନର ଡ୍ରୋନ୍ ମାଡ଼ ପରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ଓଡ଼ିଶା ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏକ ସ୍ୱତନ୍ତ୍ର ଟିମ୍ ଏଥିପାଇଁ ଗଠନ ହୋଇଥିବା ବେଳେ ସ୍ବତନ୍ତ୍ର ଟିମର ବ୍ୟବସ୍ଥାରେ, ୫ଟି ଟିମ୍ କରି ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି। ସେମାନେ ପିଲାଙ୍କ ସହ ଯୋଗାଯୋଗ କରି ସେମାନଙ୍କୁ କିପରି ଓଡ଼ିଶା ଫେରାଇ ଆଣିହେବ ସେନେଇ ନିର୍ଦ୍ଦେଶ ଦେଇଛନ୍ତି ସରକାର।
ତେବେ ସଶସ୍ତ୍ର ବାହିନୀ ‘ଅପରେସନ୍ ସିନ୍ଦୂର’ ଚଳାଇବା ପରେ ଭାରତ ଏବଂ ପାକ ମଧ୍ୟରେ ଉତ୍ତେଜନା ବଢିବା ପରେ ଦେଶ ଭିତରେ ହାଇ ଆଲର୍ଟ ଜାରି କରାଯାଉଛି। ଭାରତର କାର୍ଯ୍ୟାନୁଷ୍ଠାନ ପରେ, ପାକିସ୍ତାନ ଏଲଓସି ଏବଂ ଅନ୍ତର୍ଜାତୀୟ ସୀମା ଦେଇ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଉଡ଼ାଣ କରିଥିବା ବେଳେ ସେନାର ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଏହାକୁ ବାଧା ଦିଆଯାଉଛି।

Leave A Reply

Your email address will not be published.