ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରେଇ ଆଣିବା ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର

0

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରରେ ଦେଖାଯାଇଥିବା ଜରୁରୀକାଳୀନ ପରିସ୍ଥିତି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯିବାପରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶାକୁ ଫେରେଇଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି।

ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ମିଳିତ ସହଯୋଗରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, ଜାମ୍ମୁରେ ଅଧ୍ୟୟନରତ ମୋଟ୍ ୧୧୪ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ଫେରେଇ ଆଣିବାକୁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଲେ ଓଡ଼ିଶା ସରକାର। ଦିଲ୍ଲୀ ସ୍ଥିତ ଓଡ଼ିଶା ନିବାସରେ ଏହି କଣ୍ଟ୍ରୋଲ ରୁମ୍ ଖୋଲାଯାଇଥିବା ବେଳେ ହେଲ୍ପଲାଇନ ନମ୍ବର ୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧ରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

କାଲି ପାକିସ୍ତାନର ଡ୍ରୋନ୍ ମାଡ଼ ପରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ଓଡ଼ିଶା ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏକ ସ୍ୱତନ୍ତ୍ର ଟିମ୍ ଏଥିପାଇଁ ଗଠନ ହୋଇଥିବା ବେଳେ ସ୍ବତନ୍ତ୍ର ଟିମର ବ୍ୟବସ୍ଥାରେ, ୫ଟି ଟିମ୍ କରି ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି। ସେମାନେ ପିଲାଙ୍କ ସହ ଯୋଗାଯୋଗ କରି ସେମାନଙ୍କୁ କିପରି ଓଡ଼ିଶା ଫେରାଇ ଆଣିହେବ ସେନେଇ ନିର୍ଦ୍ଦେଶ ଦେଇଛନ୍ତି ସରକାର।
ତେବେ ସଶସ୍ତ୍ର ବାହିନୀ ‘ଅପରେସନ୍ ସିନ୍ଦୂର’ ଚଳାଇବା ପରେ ଭାରତ ଏବଂ ପାକ ମଧ୍ୟରେ ଉତ୍ତେଜନା ବଢିବା ପରେ ଦେଶ ଭିତରେ ହାଇ ଆଲର୍ଟ ଜାରି କରାଯାଉଛି। ଭାରତର କାର୍ଯ୍ୟାନୁଷ୍ଠାନ ପରେ, ପାକିସ୍ତାନ ଏଲଓସି ଏବଂ ଅନ୍ତର୍ଜାତୀୟ ସୀମା ଦେଇ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଉଡ଼ାଣ କରିଥିବା ବେଳେ ସେନାର ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଏହାକୁ ବାଧା ଦିଆଯାଉଛି।

Leave A Reply

Your email address will not be published.