ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ : ଓମାର

0

ଜାମ୍ମୁ-କାଶ୍ମୀର: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ଏକ ବଡ ଘୋଷଣା କରିଛନ୍ତି। ପାକିସ୍ତାନ ଗୁଳିମାଡ଼ରେ ପ୍ରାଣ ହରାଇଥିବା ପ୍ରତ୍ୟେକ ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ଏବଂ ସେମାନଙ୍କ ଯନ୍ତ୍ରଣା ସହଭାଗୀ ହେବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ପାକିସ୍ତାନ ଜାମ୍ମୁ-କାଶ୍ମୀରର ପୁଞ୍ଚ, ରାଜୌରୀ, ଜାମ୍ମୁ, ବାରାମୁଳା ସେକ୍ଟରରେ ଗତ ୪ ଦିନ ମଧ୍ୟରେ ହୋଇଥିବା ଗୁଳିଗୋଳା ମାଡ଼ରେ ଅତିକମ୍‌ରେ ୨୦ଜଣଙ୍କ ପ୍ରାଣ ଯାଇଥିଲା। ମୃତକଙ୍କ ମଧ୍ୟରେ ଜଣେ ଅତିରିକ୍ତ ଜିଲା ଉନ୍ନୟନ କମିସନର ରହିଥିଲେ। ଶନିବାର ଜାମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବା ନେଇ ଘୋଷଣା କରିଛନ୍ତି।
ସୂଚନାଥାଉ କି ପାକିସ୍ତାନ ପଟୁ ଆକ୍ରମଣରେ ଗତ ବୁଧବାର ପୁଞ୍ଚ ଅଞ୍ଚଳରେ ୧୨ଜଣ ସାଧାରଣ ନାଗରିକଙ୍କ ପ୍ରାଣ ଯାଇଥିବା ବେଳେ ଶୁକ୍ରବାର ଉରୀ ଓ ପୁଞ୍ଚରେ ୨ଜଣଙ୍କ ଜୀବନ ଯାଇଥିଲା। ଶନିବାର ପୂର୍ବାହ୍ଣରେ ଆଉ ୬ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ବାର୍ତ୍ତା ଦେଇ ଜାମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ପାକିସ୍ତାନ ପଟୁ ଗୁଳିଗୋଳା ମାଡ଼ରେ ନିରୀହ ବ୍ୟକ୍ତି ପ୍ରାଣ ହରାଇଥିବା ଘଟଣାକୁ ନେଇ ଦୁଃଖପ୍ରକାଶ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ଘୋଷଣା କରିଥିଲେ। ଏଥିସହ ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିଥିଲେ।

Leave A Reply

Your email address will not be published.