ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଟ୍ରକକୁ ଧକ୍କା ଦେଲା ଟ୍ରଲର: ଚାଲିଗଲା ୧୩ ଜଣଙ୍କ ଜୀବନ, ୧୨ ଆହତ

0

ଛତିଶଗଡ଼: ଛତିଶଗଡ଼ର ରାୟପୁର-ବାଲୋଦାବଜାର ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ସହିତ ଟ୍ରକର ଧକ୍କା ହେବା ଫଳରେ ଏଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଏମାନଙ୍କ ମଧ୍ୟରେ ୯ ଜଣ ମହିଳା ଏବଂ ୪ ଜଣ ଶିଶୁ ଥିବା ସୂଚନା ରହିଛି। ଅନ୍ୟପଟେ ଏହି ଦୁର୍ଘଟଣାରେ ୧୨ରୁ ଜଣ ଆହତ ହୋଇଥିବା ଜଣାପଡ଼ିଛି।

ଏହି ଦୁର୍ଘଟଣାର ଶିକାର ହୋଇଥିବା ଲୋକମାନେ ବାନା ବନାରସୀରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବାବେଳେ, ମଧ୍ୟ ରାତ୍ରୀରେ ଦୁର୍ଘଟଣାଟି ଘଟିଛି। ଏହି ସମୟରେ ବାଙ୍ଗୋଲିଠାରେ ରାୟପୁରରୁ ଆସୁଥିବା ଏକ ଟ୍ରେଲର୍ ଟ୍ରକ୍ କୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଉଭୟ ଗାଡ଼ିର ଅନେକ ଅଂଶ କ୍ଷତିଗ୍ରସ୍ତ ହୋଇଛି ଏବଂ ୧୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ରାୟପୁରର ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ରାଯାଇଛି। କୁହାଯାଉଛି ଯେ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର। ଏଣୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରିଖିଛି।

Leave A Reply

Your email address will not be published.