ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶିମିଳିପାଳ ଜଗିବେ ୨ସ୍ନିଫର୍‌ ଡଗ୍‌

0

ମୟୁରଭଞ୍ଜ: ଏଥର ଶିମିଳିପାଳକୁ ସୁରକ୍ଷା ଦେବେ ଦୁଇଟି ପ୍ରଶିକ୍ଷିତ ସ୍ନିଫର୍‌ ଡଗ୍। ଏନେଇ ଶିମିଳିପାଳ ଟାଇଗର୍‌ ରିଜର୍ଭର ସୁରକ୍ଷା ଦାୟିତ୍ବରେ ସାମିଲ ହେଲେ ବେଲଜିଆନ୍‌ ମାଲିନୋଇସ୍ ପ୍ରଜାତିର କୁକୁର ନାନ୍ତା ଓ ଅନ୍ନିକା। ଉଭୟ କୁକୁର ତେଲେଙ୍ଗାନାର ସିକନ୍ଦରାବାଦଠାରେ ତାଲିମ ସମାପ୍ତ କରି ଶିମିଳିପାଳକୁ ଆସିଛନ୍ତି।

ଅପରାଧୀ କିମ୍ବା ଅନ୍ୟ ସନ୍ଦିଗ୍ଧ ଗତିବିଧିର ପିଛା କରିବା ପାଇଁ ନାନ୍ତାକୁ ଟ୍ରାକିଂ ତଥା ଅନୁସରଣରେ ବିଶେଷ ଭାବେ ପ୍ରଶିକ୍ଷଣ ଦିଆଯାଇଛି। ସେହିପରି ହାତୀ ଦାନ୍ତ, ବାଘ ଚମଡ଼ା ଓ ଜୀବଜନ୍ତୁଙ୍କ ଦେହାବଶେଷକୁ ଆଘ୍ରାଣ କରି ଠାବ କରିବାରେ ଅନ୍ନିକା ବେଶ୍‌ ପାରଙ୍ଗମ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ କହିଛନ୍ତି।

ତେବେ ଶିପିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ପୂର୍ବରୁ ୬ଟି କୁକୁର ସାମିଲ ଥିବବେଳେ, ଏବେ ନାନ୍ତା ଓ ଅନ୍ନିକା ଯୋଗଦେଇଛନ୍ତି।ଯାହାଫଳରେ ଅଭୟାରଣ୍ୟର ସୁରକ୍ଷାରେ ବୃଦ୍ଧି ଘଟିଛି। ଏହା ବ୍ୟତୀତ ପୂର୍ବରୁ ଶିମିଳିପାଳ ସୁରକ୍ଷା ଦାୟିତ୍ବରେ ୬ଟି କୁମ୍‌କୀ ହାତୀ ନିୟୋଜିତ ଥିଲେ। ହେଲେ ସେଥିରୁ ୨ଟି ହାତୀଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.