ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଆହତ

0

ଆସିକା: ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ ହୋଇଥିବା ସୂଚନା। ଗଞ୍ଜାମ ଜିଲ୍ଲା ଆସିକା-କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ମାନଙ୍କୁ ଆସ୍କା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମୃତକମାନେ ହେଲେ ଭେଟନଈ ଗାଁର ଗାୟତ୍ରୀ ଗୌଡ଼ ଓ ସରୋଜିନୀ ସାହୁ ବୋଲି ପରିଚୟ ମିଳିଛି।

ସୂଚନା ମୁତାବକ, ସାନଖୋଲି ଗ୍ରାମକୁ ଯଜ୍ଞ ଦେଖିବାକୁ ଭେଟନଈ ଗ୍ରାମର ୨୦ରୁ ଉର୍ଦ୍ଧ୍ୱ ଲୋକ ଏକ ଡାଲା ଅଟୋରେ ଯାଇଥିଲେ। ଯଜ୍ଞ ଦେଖି ଫେରୁଥିବା ସମୟରେ ରାତିରେ ଭାରସାମ୍ୟ ହରାଇ ଅଟୋଟି ବଡଖୋଲି ଓ ଭେଟନଈ ମଝି ରାସ୍ତାରେ ଓଲଟି ପଡିଥିଲା।

ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଆହତ ହୋଇଥିଲେ। ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଆହତଙ୍କୁ ଡାକ୍ତରଖାନା ପଠାଇ ଘଟଣାର ତଦନ୍ତ ଚଳାଇଛି।

Leave A Reply

Your email address will not be published.