ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ରାଜ୍ୟ କ୍ୟାବିନେଟରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ

0

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଆଜି ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏହି ସଂରକ୍ଷଣ ନୀତି ଚଳିତ ଶିକ୍ଷା ବର୍ଷରୁ ରାଜ୍ୟର ସବୁ ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ଅନୁଦାନପ୍ରାପ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଲାଗୁ କରାଯିବ।

ଏହା ସହିତ ଉଚ୍ଚଶିକ୍ଷାରେ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଲାଗି ୨୨.୫ ପ୍ରତିଶତ, ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୬.୨୫ ପ୍ରତିଶତ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଲାଗି ୫ ପ୍ରତିଶତ ଓ ପୂର୍ବତନ ସେନାନୀଙ୍କ ପରିବାର ସଦସ୍ୟଙ୍କ ଲାଗି ୧ ପ୍ରତିଶତ ସଂରକ୍ଷଣ ପୂର୍ବ ପରି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ମମତା ଓ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନାକୁ ମିଳିତ ଭାବରେ ୧ ଏପ୍ରିଲ, ୨୦୨୫ ରୁ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ନିଆଯାଇଛି।

ଏହି ଯୋଜନାକୁ ମମତା-ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଭାବରେ ନାମିତ କରାଯିବ। ପୂର୍ବରୁ ମମତା ଯୋଜନାରେ ଝିଅ ଜନ୍ମ ହେଲେ ମା’ ମାନେ ୧୦,୦୦୦ ଟଙ୍କା ପାଉଥିଲେ। ଏବେ ୧୨,୦୦୦ ଟଙ୍କା ପାଇବେ। ପୁଅ ଜନ୍ମ ହେଲେ ମା’ ମାନେ ପାଉଥିବା ୧୦ ହଜାର ଟଙ୍କାର ସହାୟତା ପୂର୍ବପରି ଅପରିବର୍ତ୍ତିତ ରହିଛି। ଆଦିମ ଜନଜାତି ସମ୍ପ୍ରଦାୟର ମହିଳାଙ୍କୁ ପ୍ରଥମ ୨ ଟି ସନ୍ତାନ ପରେ ମଧ୍ଯ ଝିଅ ଜନ୍ମ ପାଇଁ ୧୨ ହଜାର ଟଙ୍କା ଓ ପୁଅ ଜନ୍ମ ପାଇଁ ୧୦ହଜାର ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.