ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ବଜ୍ରାଘାତରେ ରାଜ୍ୟରେ ୧୪ ମୃତ, ଅନେକ ଆହତ

0

କୋରାପୁଟ: ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ଗଞ୍ଜାମରେ ୨ଜଣ, ଯାଜପୁରରେ ୨ ଜଣ ଓ ଗଜପତିରେ ଜଣଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଆଜି ଅପରାହ୍ନରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହୋଇଯାଇଛି। କୋରାପୁଟ ଲକ୍ଷ୍ମୀପୁର ପର୍ଡିଗୁଡ଼ା ଗାଁରେ ବିଲରେ କାମ କରୁଥିବା ବେଳେ ଜେଜେ ମା’, ନାତୁଣୀ ଓ ଅନ୍ୟଜଣେ ମହିଳାଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କେବିରି ବରପୁର ଗ୍ରାମରେ ଆମ୍ବ ଗୋଟାଇବା ପାଇଁ ଜଣେ ଯୁବତୀ ତୋଟାକୁ ଯାଇଥିବା ବେଳେ ବଜ୍ରାଘାତରେ ପ୍ରାଣ ହରାଇଛନ୍ତି। ଯାଜପୁରରେ ବଜ୍ରାଘାତରେ ୨ ଜଣ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉଭୟ ମୃତକ ଜେନାପୁର ଥାନା ଅନ୍ତର୍ଗତ ବୁରୁସାହିର ବୋଲି ଜଣାପଡିଛି।

ସେହିପରି ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା କେବିରିବରପୁରରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲସରା କବିସୂର୍ଯ୍ୟନଗର କେ. ବରିଡ଼ା ଗାଁରେ ବଜ୍ରପାତରେ ଜଣେ ନାବାଳକ ମୃତ୍ୟୁ ଘଟିଛି। ଗଜପତି ଜିଲା ମୋହନା ଆର୍‌. ଉଦୟଗିରି କାନକଟା ଗ୍ରାମରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

Leave A Reply

Your email address will not be published.