ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ବସ୍ କୁ ଧକ୍କା ଦେଲା ବସ୍‌; ଜଣେ ମୃତ

0

ଆର.ଉଦୟଗିରି: ବସକୁ ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର ଗ୍ରାମର ସଞ୍ଜୟ ବଡ଼ ରଇତ ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଏକ ବାଇକ ଯୋଗେ ସଞ୍ଜୟ ଓ ତାଙ୍କର ଦୁଇ ସହଯୋଗୀ ବିବାହ ଲାଗି ନିମନ୍ତ୍ରଣ କାର୍ଡ ଦେବାକୁ ଯାଇ ଘରକୁ ଫେରୁଥିବା ସମୟରେ ଚମ୍ପା ଘାଟିରେ ଅପରାହ୍ନ ୪. ୪୫ ସମୟରେ ଭିକ୍ରାନ୍ତ ନାମକ ଏକ ଘରୋଇ ବସ ସେମାନଙ୍କୁ ଧକ୍କା ଦେଇଥିଲା। ବସ୍‌ଟି ବ୍ରହ୍ମପୁରରୁ ଆର.ଉଦୟଗିରି ପଟେ ଆସୁଥିବା ବେଳେ ଏଭଳି ଘଟଣା ଘଟିଛ। ଗୁରୁତର ୨ଜଣଙ୍କୁ ଆର.ଉଦୟଗିରି ପୋଲିସ ଉଦ୍ଧାର କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ପାରଳାଖେମୁଣ୍ଡି ମେଡିକାଲକୁ ସ୍ଥାନାନ୍ତରିତ କରିଥିବା ସୂଚନା ଦେଇଛନ୍ତି l ଘଟଣା ସ୍ଥଳରେ ଆର.ଉଦୟଗିରି ପୋଲିସ ପହଞ୍ଚି ଘଟଣାର ଛାନଭିନ କରୁଛି।

Leave A Reply

Your email address will not be published.