ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ପାକିସ୍ତାନ ପାଇଁ ଗୁପ୍ତଚର କାମ କରି ମହିଳା ୟୁଟ୍ୟୁବର ଗିରଫ

0

ହରିୟାଣା: ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ଜଣେ ମହିଳା ୟୁଟ୍ୟୁବର ଗିରଫ ହୋଇଛନ୍ତି। ସେ ହେଲେ ଜ୍ୟୋତି ମାଲହୋତ୍ରା। ହରିୟାଣାର ହିସାରରୁ ସିଭିଲ ଲାଇନ୍ସ ପୁଲିସ ତାଙ୍କୁ ଗିରଫ କରିଛି। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହିତ ଜ୍ୟୋତି ନିୟମିତ ଯୋଗସୂତ୍ର ରକ୍ଷା କରିବା ସହିତ ଭାରତ ସମ୍ବନ୍ଧରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ପ୍ରଦାନ କରୁଥିବା ଜଣାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି। ହ୍ବାଟ୍ସଆପ, ଟେଲିଗ୍ରାମ ଏବଂ ସ୍ନାପଚାଟ୍‌ ଜରିଆରେ ସେ ଏହି ତଥ୍ୟ ପ୍ରଦାନ କରୁଥିଲେ। ଜ୍ୟୋତିଙ୍କର ‘ଦେଶୀ ଇଣ୍ଡୋ ଜୋ’ ନାମରେ ଏକ ୟୁଟ୍ୟୁବ ଚ୍ୟାନେଲ ରହିଛି। ସେ ଅନେକ ସମୟରେ ବିଦେଶ ଗସ୍ତ କରନ୍ତି। ପାକିସ୍ତାନକୁ ମଧ୍ୟ ଏକାଧିକ ଥର ଗସ୍ତ କରିଛନ୍ତି। ନିଜ ୟୁଟ୍ୟୁବ ଚ୍ୟାନେଲ ଜରିଆରେ ଭାରତରେ ପାକିସ୍ତାନର ଏକ ସକରାତ୍ମକ ଛବି ସୃଷ୍ଟି କରିବାକୁ ତାଙ୍କୁ ଦାୟିତ୍ଵ ଦିଆଯାଇଥିଲା ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଜ୍ୟୋତି ପ୍ରଥମେ ପାକିସ୍ତାନ ଯାଇଥିବା ସମୟରେ ଅହଶନ ଉର ରହିମ ଓରଫ ଦାନିଶ ନାମକ ବ୍ୟକ୍ତି ସଂସ୍ପର୍ଶରେ ଆସିଥିଲେ। ଭାରତ ଫେରିବା ପରେ ବି ସେ ଦାନିସ ସହ ଯୋଗାଯୋଗରେ ରହିଥିଲେ। ୨ୟ ଥର ପାକ୍ ଗସ୍ତ କରିବା ସମୟରେ ଅଶନ ଜରିଆରେ ସେ ଅଲି ଅହଶନ ନାମକ ଅନ୍ୟ ଜଣେ ବ୍ୟକ୍ତି ସହ ପରିଚିତ ହୋଇଥିଲେ। ଅଲି ଅହଶନ ଜ୍ୟୋତିଙ୍କୁ ଆଇଏସଆଇର ସଦସ୍ୟ ସହିତ ପରିଚିତ କରାଇଥିଲା। ଏହା ପରଠାରୁ ଜ୍ୟୋତି ଭାରତ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଆଇଏସଆଇକୁ ପ୍ରଦାନ କରିବା ଆରମ୍ଭ କରିଥିଲେ।

Leave A Reply

Your email address will not be published.