ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା

0

ଜୁନରୁ ମିଳିବ ୩୫୦୦ ଟଙ୍କା
ଭୁବନେଶ୍ବର: ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର। ବଢ଼ିଲା ଭତ୍ତା। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା। ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ ସରକାର। ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଜୁନ ମାସରୁ ଏହି ବର୍ଦ୍ଧିତ ଭତ୍ତା ମିଳିବ।

ଯେଉଁ ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କର ଅକ୍ଷମତା ୮୦ ଭାଗରୁ ଅଧିକ ହୋଇଥିବ , ସୋମନଙ୍କୁ ମଧ୍ୟ ଜୁନ୍ ମାସରୁ ମାସିକ ୩ ହଜାର ୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ। ଏହି ଭତ୍ତା ବରିଷ୍ଠ ଏବଂ ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କୁ ସ୍ଵାବଲମ୍ବୀ ଭାବେ ଜୀବନ ଯାପନ କରିବାରେ ସହାୟତା କରିବ। ଏହି ମହତ୍ତ୍ବାକାଂକ୍ଷୀ ଯୋଜନା ଦ୍ବାରା ଉପକୃତ ହେବେ ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ଜଣ ହିତାଧିକାରୀ।

Leave A Reply

Your email address will not be published.