ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଦୂର ହେଲା ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ : ନିର୍ଦ୍ଦିଷ୍ଟ ନିୟମ ସ୍ଥିର କଲେ ସରକାର

0

ଭୁବନେଶ୍ବର: ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି ସରକାର। ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି ନେଇ ହେବ। ଏକକାଳୀନ ନିରବଚ୍ଛିନ୍ନ ଭାବେ କିମ୍ବା ବିଭିନ୍ନ ପର୍ଯ୍ୟାୟରେ ଛୁଟି ନିଆଯାଇପାରିବ। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାଦ୍ୱାରା ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।

ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ୱ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା। ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି।

ନୂତନ ନିଷ୍ପତ୍ତି ଅନୁଯାୟୀ, ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ୬ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ୱ ଛୁଟି ନେଇପାରିବେ। କିନ୍ତୁ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ। ତେଣୁ ଏହି କ୍ଷେତ୍ରରେ ମାତୃତ୍ୱ ଛୁଟି ୧୮୦ ଦିନରୁ କମ୍‌ ହେବ।

Leave A Reply

Your email address will not be published.