ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜୁନ୍ ୨୩ ତାରିଖରେ ହେବନି ପଞ୍ଚାୟତ ଉପନିର୍ବାଚନ

0

ଭୁବନେଶ୍ବର:ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ହେବାକୁ ଥିବା ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ। ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ। ସଅଳ ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିବା ନେି ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନ। ଜୁନ୍‌ ୨୩ ତାରିଖରେ ଉପନିର୍ବାଚନ ନେଇ ଆଜି ଘୋଷଣା ହୋଇଥିଲା।

ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଅନୁଯାୟୀ, ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହୋଇଥାନ୍ତା ଉପନିର୍ବାଚନ। ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପନିର୍ବାଚନ ପାଇଁ ନୋଟିସ୍ ଜାରି ହୋଇଥାନ୍ତା। ଜୁନ୍ ୨୬, ୨୮,୨୯ , ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହୋଇଥାନ୍ତା।

ତେବେ ପରବର୍ତ୍ତୀ ନିର୍ବାଚନ ତାରିଖ ଘୋଷଣା ହୋଇନାହିଁ। ପୂର୍ବରୁ ଯେଉଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ତାହା ରଦ୍ଦ କରିଦିଆଯାଇଛି। ଆଗକୁ ନୂତନ ବିଜ୍ଞପ୍ତି ଦିଆଯିବ, ସେହି ସମୟରେ ଉପନିର୍ବାଚନର ନୂତନ ତାରିଖ ଘୋଷଣା କରାଯିବ।

Leave A Reply

Your email address will not be published.