ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0

ଯାଜପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲାରେ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ଯ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ। ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା। ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ। କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ । ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି । ସେ କହିଥିଲେ ଯେ, ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି । ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପ୍ରକଳ୍ପ ସବୁ ମାଧ୍ୟମରେ ଲକ୍ଷାଧିକ ଓଡ଼ିଆ ଯୁବକ ଓ ଯୁବତୀ ନିଜ ରାଜ୍ୟର ମାଟିରେ ନିଜ ସ୍ଵପ୍ନ ପୂରଣ କରିପାରିବେ। ଏହା କେବଳ ଚାକିରି ନୁହେଁ, ଯୁବବର୍ଗଙ୍କ ପାଇଁ ଏହା ସ୍ୱାଭିମାନ, ଏହା ନୂଆ ଓଡ଼ିଶାର ନୂଆ ପରିଚୟ। ଏହା ସମୃଦ୍ଧ ଓଡିଶାର ଅୟମାରମ୍ଭ।

ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗ ନଗର। ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି। ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି। ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟତମ ଅତିଥିଭାବେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ ଉପସ୍ଥିତ ଥିଲେ।

Leave A Reply

Your email address will not be published.