ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭୁବନେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ବର: ଦେଶରେ କରୋନାର ମାମଲା ବଢି ଚାଲିଥିବା ବେଳେ ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ। ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି। ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ନାନା ରୋଗରେ ପୀଡ଼ିତ ଥିଲେ। ତେବେ ସ୍ବାସ୍ଥ୍ୟ ପରୀକ୍ଷା ବେଳେ ସେ କୋଭିଡ୍ ପଜିଟିଭ୍ ବାହାରିଛନ୍ତି। ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ଭୟଭୀତ ହୋଇଯାଇଛନ୍ତି। ଏବେ ଉକ୍ତ ବ୍ୟକ୍ତି ଜଣଙ୍କ ହୋମ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଦକ୍ଷିଣ ଏସିଆର ଚାଇନା ଓ ସିଙ୍ଗାପୁରରେ କୋଭିଡ-୧୯ କାୟା ବିସ୍ତାର କରିଥିବା ବେଳେ ଭାରତକୁ ମଧ୍ୟ ବ୍ୟାପିଛି ସଂକ୍ରମଣ। ଏପର୍ଯ୍ୟନ୍ତ କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଭାରତରେ ୨୫୭ କୋଭିଡ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।

Leave A Reply

Your email address will not be published.