ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି)କୁ ମିଳିଲା ନୂଆ ଅଧ୍ୟକ୍ଷ। ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର ବୁର୍ଗିଙ୍କୁ ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।
ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ଏକ ସରକାରୀ ବିଜ୍ଞପ୍ତିରେ, ସରକାର ନିଶ୍ଚିତ କରିଛନ୍ତି ଯେ, ଅଭୟଙ୍କ ୧୯.୦୫.୨୦୨୫ରେ ଦିଆଯାଇଥିବା ପ୍ରତିନିଧିତ୍ୱ ଉପରେ ଧ୍ୟାନ ଦେବା ପରେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନର ଅଧ୍ୟକ୍ଷ ଅଭୟଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ପରବର୍ତ୍ତୀ ନିର୍ଦେଶ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟିତ୍ଵ ତୁଲାଇବେ ବୁର୍ଗି। ନିକଟରେ ଓଏସଏସସି ସଦସ୍ୟ ଭାବେ ସେ ନିଯୁକ୍ତି ପାଇଥିଲେ। ପୂର୍ବତନ ଓଏସଏସସି ଅଧ୍ୟକ୍ଷ ଅଭୟ ଚଳିତ ବର୍ଷ ମେ’ ୧୯ ତାରିଖରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା