ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

୨୭ତାରିଖ ବେଳକୁ ବଙ୍ଗୋପସାଗର ରେ ଲଘୁଚାପ ସୃଷ୍ଟି ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ର ପ୍ରଭାବ ଦେଖିବାକୁ ମିଳିବ। ତେଣୁ ଗରମ ଓ ଗୁଳୁଗୁଳି ପ୍ରଭାବ ହ୍ରାସ ପାଇବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ଓଡ଼ିଶାରେ ଜୁନ ୦୮ ସୁଦ୍ଧା ମୌସୁମୀ ଛୁଇଁପାରେ।

ସେହିପରି ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ପରବର୍ତ୍ତୀ ୨-୩ ଦିନରେ ଅଧିକ ଘନୀଭୂତ ହୋଇପାରେ। ଏହି କ୍ଷେତ୍ର ପ୍ରଭାବ ରେ ରାଜ୍ୟରେ ୨୮ ରୁ ବର୍ଷା ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ପୂର୍ବାନୁମାନ- ଅଧ୍ୟାପକ ସାର୍ଥକ ମିଶ୍ର

Leave A Reply

Your email address will not be published.