ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଆତ୍ମସମର୍ପଣ କଲେ ୨୪ ମାଓବାଦୀ

0

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି।

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍‌ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ ୨୪ ଜଣଙ୍କ ମଧ୍ୟରୁ ୨୦ ଜଣ ମାଓବାଦୀଙ୍କ ନାମରେ ୮୭.୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା।

ତେବେ ଯବାନମାନଙ୍କ ମାଓବିରୋଧୀ ଅପରେଶନ, ବିଭିନ୍ନ ସ୍ଥାନରେ ଯବାନଙ୍କ କ୍ୟାମ୍ପ ସ୍ଥାପନକୁ ଭୟ ଓ ସରକାରଙ୍କ ବିଭିନ୍ନ ଯୋଜନା ଦ୍ବାରା ଆକୃଷ୍ଟ ହୋଇ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀମାନଙ୍କୁ ସରକାରଙ୍କ ସମସ୍ତ ସୁବିଧା ମିଳିବା ସହ ସମସ୍ତଙ୍କୁ ୫୦ ହଜାର ଟଙ୍କା ଦିଆହୋଇଛି। ତେବେ ଅନ୍ୟ ମାଓବାଦୀମାନଙ୍କୁ ମଧ୍ୟ ମ୍ୟୁସ୍ରୋତରେ ସାମିଲ ହେବା ପାଇଁ ପୋଲିସ ପକ୍ଷରୁ ଆହ୍ୱାନ କରାଯାଇଛି।

Leave A Reply

Your email address will not be published.