ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ

0

ଅନୁଗୁଳ: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରବା ସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ନିର୍ଦେଶ ଦେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲା ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ୍ୟୁବରଣ କରିଛନ୍ତି। ତଣ୍ଟିଚିରାଠାରେ ବନ୍ୟଜନ୍ତୁ ଶିକାର କରି ଶିକାରୀମାନେ ମାଂସ ଭାଗ କରୁଥିବା ଖବର ପାଇ ଫରେଷ୍ଟର ପ୍ରହ୍ଲାଦ ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରେ ଶିକାରୀଙ୍କ ସହ ତାଙ୍କର ଧସ୍ତାଧସ୍ତି ହୋଇଥିଲା।

ଏହା ପରେ ଶିକାରୀମାନେ ତାଙ୍କୁ ଗୁଳିମାଡ଼ କରିଥିଲେ। ଗୁଳି ପ୍ରହଲ୍ଲାଦଙ୍କ ପେଟ ନାଭି ସ୍ଥଳରେ ବାଜି ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ବୋଲି ଜଣାପଡିଛି। ପ୍ରହ୍ଲାଦଙ୍କ ଘର କାମକ୍ଷାନଗର ଥାନା ଜିରିଡ଼ାମାଳି ଗ୍ରାମରେ ବୋଲି ଜଣାପଡ଼ିଛି। ବନବିଭାଗ ଓ ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ଏହି ଘଟଣାରେ ପୁଲିସ୍ ୪ ଶିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି।

Leave A Reply

Your email address will not be published.