ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ଯାଦବ

0

ବିହାର:ବଡ଼ ପୁଅ ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ପ୍ରସାଦ ଯାଦବ। ବିଶୃଙ୍ଖଳିତ ଆଚରଣ ଅଭିଯୋଗରେ ୬ ବର୍ଷ ପାଇଁ ବହିଷ୍କାର କଲେ ଓ ପରିବାରରୁ ବିଦା ନେଇ ବି ‘ଏକ୍ସ’ରେ ସୂଚନା ଦେଲେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ।

ଆରଜେଡି ମୁଖ୍ୟ ତାଙ୍କ ପୋଷ୍ଟରେ କହିଛନ୍ତି, ‘ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ ନ୍ୟାୟ ପାଇଁ ଆମର ସାମୂହିକ ସଂଘର୍ଷକୁ ଦୁର୍ବଳ କରିଥାଏ।’ ବଡ଼ ପୁଅର କାର୍ଯ୍ୟକଳାପ, ସାର୍ବଜନୀନ ଆଚରଣ ଏବଂ ଦାୟିତ୍ୱହୀନ ଆଚରଣ ଆମ ପାରିବାରିକ ମୂଲ୍ୟବୋଧ ଏବଂ ପରମ୍ପରା ଅନୁଯାୟୀ ନୁହେଁ।

ଲାଲୁ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଏବେ ତେଜ ପ୍ରତାପଙ୍କର ପରିବାର ଏବଂ ଦଳରେ କୌଣସି ଭୂମିକା ନାହିଁ। ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ ନ୍ୟାୟ ପାଇଁ ଆମର ସାମୂହିକ ସଂଘର୍ଷକୁ ଦୁର୍ବଳ କରିଥାଏ। ବଡ଼ ପୁଅର କାର୍ଯ୍ୟକଳାପ, ସାର୍ବଜନୀନ ଆଚରଣ ଏବଂ ଦାୟିତ୍ୱହୀନ ଆଚରଣ ଆମ ପାରିବାରିକ ମୂଲ୍ୟବୋଧ ଏବଂ ପରମ୍ପରା ଅନୁଯାୟୀ ନୁହେଁ। ତେଣୁ ମୁଁ ତାଙ୍କୁ ଦଳ ଏବଂ ପରିବାରଠାରୁ ଦୂରେଇ ରଖୁଛି। ଏବେଠାରୁ ତାଙ୍କର ଦଳ ଏବଂ ପରିବାରରେ କୌଣସି ପ୍ରକାରର ଭୂମିକା ରହିବ ନାହିଁ।

Leave A Reply

Your email address will not be published.