ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି

0

ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍‌ଭାଇରନ୍‌ମେଂଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବୃଷ୍ଟିପାତ ହୋଇପାରେ ଏବଂ ବିଶେଷ କରି ଉପକୂଳ ଅଂଚଳ ଏବଂ ଉତର ଓଡ଼ିଶାର ଜିଲ୍ଳାଗୁଡ଼ିକରେ ପ୍ରବଳରୁ ପ୍ରବଳତର ବୃଷ୍ଟିପାତ ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସିର ବୁଲେଟିନ୍‌ରେ କୁହାଯାଇଛି।

ବୁଲେଟିନ୍ ଅନୁଯାୟୀ ମେ ୨୮ ରୁ ୩୦ ମଧ୍ୟରେ ମୟୁରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେଓଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇପାରେ। ଏହି ବୃଷ୍ଟିପାତ ବିଶେଷ କରି ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଅବବାହିକା ଅଂଚଳରେ ଅନୁଭୂତ ହେବ ବୋଲି ବୁଲେଟିନ୍ ଜଣାଇବା ସହିତ ଏହା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି। ଏହା ପରେ ଜୁନ ୧ ରୁ ୩ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ଦିନର ଉତାପ ବୃଦ୍ଧି ପାଇପାରେ ମାତ୍ର ଏହା ପରେ ବୃଷ୍ଟିପାତର ପରିମାଣ ବୃଦ୍ଧି ପାଇବ।

Leave A Reply

Your email address will not be published.