ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ

0

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ। କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା ସିବିଆଇ। ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ। ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ି ବସିଥିଲା ସିବିଆଇ।

ସୂଚନା ଅନୁସାରେ ପୂର୍ବରୁ ୫୦ ଲକ୍ଷର ଡିଲ୍ ହୋଇଥିଲା, ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ। ଖଣିଜନିତ ଏକ ମାମଲାର ରଫାଦଫା କରିବା ପାଇଁ ୫୦ ଲକ୍ଷର ଡିଲ୍ ହୋଇଥିଲା। ଏନେଇ ଲାଞ୍ଚ ଦେଇଥିବା ବ୍ୟକ୍ତି ଜଣକ ଏନେଇ ସିବିଆଇରେ ଜଣାଇଥିଲେ। ଏନେଇ ପ୍ରସ୍ତୁତ ହୋଇଥିଲା ଯୋଜନା। ଗୁରୁବାର ସନ୍ଧ୍ୟାରେ ଯୋଜନା ମୁତାବକ ଲାଞ୍ଚ ଦେଲାବେଳେ ଘଟଣାସ୍ଥଳରୁ ୨୦ ଲକ୍ଷ ଟଙ୍କା ଜବତ କରିଥିଲେ ସିବିଆଇର ବରିଷ୍ଠ ଅଧିକାରୀମାନେ। ଏହାପରେ ଚିନ୍ତନ ରଘୁବଂଶୀଙ୍କୁ ୧୨ ଘଣ୍ଟା ଜେରା କରାଯାଇଥିଲା। ଜେରା ପରେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ଆଣାଯାଇଥିଲା। ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ।

Leave A Reply

Your email address will not be published.