ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ

0

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ। କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା ସିବିଆଇ। ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ। ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ି ବସିଥିଲା ସିବିଆଇ।

ସୂଚନା ଅନୁସାରେ ପୂର୍ବରୁ ୫୦ ଲକ୍ଷର ଡିଲ୍ ହୋଇଥିଲା, ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ। ଖଣିଜନିତ ଏକ ମାମଲାର ରଫାଦଫା କରିବା ପାଇଁ ୫୦ ଲକ୍ଷର ଡିଲ୍ ହୋଇଥିଲା। ଏନେଇ ଲାଞ୍ଚ ଦେଇଥିବା ବ୍ୟକ୍ତି ଜଣକ ଏନେଇ ସିବିଆଇରେ ଜଣାଇଥିଲେ। ଏନେଇ ପ୍ରସ୍ତୁତ ହୋଇଥିଲା ଯୋଜନା। ଗୁରୁବାର ସନ୍ଧ୍ୟାରେ ଯୋଜନା ମୁତାବକ ଲାଞ୍ଚ ଦେଲାବେଳେ ଘଟଣାସ୍ଥଳରୁ ୨୦ ଲକ୍ଷ ଟଙ୍କା ଜବତ କରିଥିଲେ ସିବିଆଇର ବରିଷ୍ଠ ଅଧିକାରୀମାନେ। ଏହାପରେ ଚିନ୍ତନ ରଘୁବଂଶୀଙ୍କୁ ୧୨ ଘଣ୍ଟା ଜେରା କରାଯାଇଥିଲା। ଜେରା ପରେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ଆଣାଯାଇଥିଲା। ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ।

Leave A Reply

Your email address will not be published.