ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

0

ଭୁବନେଶ୍ବର: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି।

ଶ୍ରୀଯୁକ୍ତ ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ୧୯୭୭ରେ ପ୍ରଥମ ସେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ରେ ଭାରତୀୟ ଜନତା ପାର୍ଟି ଏବଂ ୧୯୯୦ ରେ ପୁଣିଥରେ ଜନତା ଦଳରୁ ବିଧାନସଭାକୁ ଯାଇଥିଲେ।

ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ‌ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ଏକ୍ସ’ରେ ନିଜ ଶୋକ ବାର୍ତ୍ତାରେ ସେ ଲେଖିଛନ୍ତି, ‘‘ଓଡ଼ିଶା ରାଜନୀତିର ଜଣେ କର୍ମଯୋଗୀ ନେତା ଏବଂ ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ଶିକ୍ଷା, ସାମାଜିକ ସେବା ଏବଂ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ ଏବଂ ଆମ ଦଳର ସଂଗଠନକୁ ଦୃଢ଼ କରିବାରେ ତାଙ୍କର ଅସାମାନ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ଦିବଙ୍ଗତ ଆତ୍ମାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି। ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ତାଙ୍କ ପରିବାରବର୍ଗଙ୍କୁ ଏହି କଠିନ ସମୟରେ ଧୈର୍ଯ୍ୟ ପ୍ରଦାନ କରନ୍ତୁ।’’

Leave A Reply

Your email address will not be published.