ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

0

ଭୁବନେଶ୍ବର: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି।

ଶ୍ରୀଯୁକ୍ତ ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ୧୯୭୭ରେ ପ୍ରଥମ ସେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ରେ ଭାରତୀୟ ଜନତା ପାର୍ଟି ଏବଂ ୧୯୯୦ ରେ ପୁଣିଥରେ ଜନତା ଦଳରୁ ବିଧାନସଭାକୁ ଯାଇଥିଲେ।

ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ‌ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ଏକ୍ସ’ରେ ନିଜ ଶୋକ ବାର୍ତ୍ତାରେ ସେ ଲେଖିଛନ୍ତି, ‘‘ଓଡ଼ିଶା ରାଜନୀତିର ଜଣେ କର୍ମଯୋଗୀ ନେତା ଏବଂ ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ଶିକ୍ଷା, ସାମାଜିକ ସେବା ଏବଂ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ ଏବଂ ଆମ ଦଳର ସଂଗଠନକୁ ଦୃଢ଼ କରିବାରେ ତାଙ୍କର ଅସାମାନ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ଦିବଙ୍ଗତ ଆତ୍ମାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି। ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ତାଙ୍କ ପରିବାରବର୍ଗଙ୍କୁ ଏହି କଠିନ ସମୟରେ ଧୈର୍ଯ୍ୟ ପ୍ରଦାନ କରନ୍ତୁ।’’

Leave A Reply

Your email address will not be published.