ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଆଇଟିଇଆର୍ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

0

ଭୁବନେଶ୍ୱର, ୩୦/୦୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍‌ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଗୁରୁବାର ପ୍ରକାଶିତ ଟାଇମ୍ସ ଅଲ୍ ଇଣ୍ଡିଆ ଇଞ୍ଜିନିୟରିଂ ଇନ୍‌ଷ୍ଟିଚ୍ୟୁଟ୍‌ର‌୍ୟାଙ୍କିଙ୍ଗ୍ ସର୍ଭେ ୨୦୨୫ର ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସ୍ଥାନୀତ ହୋଇଛି। ଟାଇମ୍ସ ଅଫ୍ ଇଣ୍ଡିଆ ସମ୍ବାଦପତ୍ର ପକ୍ଷରୁ ପରିଚାଳିତ ଏହି ସର୍ଭେରେ ଦେଶର ୧୭୫ ଟି ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନକୁ ସାମିଲ କରାଯାଇଥିଲା।

ସେହିପରି ଦେଶର ଶ୍ରେଷ୍ଠ ୧୨୫ଟି ଘରୋଇ ଇଞ୍ଜିନିୟରିଂ କଲେଜ ଏହି ସର୍ଭେର ଅନ୍ତର୍ଭୁକ୍ତ ହୋଇଥିବା ବେଳେ ଆଇଟିଇଆର ଦେଶର ୨ୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଓ ପୂର୍ବ ଭାରତର ଶ୍ରେଷ୍ଠ ଭାବେ ସ୍ଥାନୀତ ହୋଇଛି। ୨୦୨୪ ଟାଇମ୍ସ ସର୍ଭେରେ ମଧ୍ୟ ଆଇଟିଇଆର୍ ଦେଶର ପ୍ରମୁଖ ଇଞ୍ଜିନିୟରିଂ କଲେଜଗୁଡ଼ିକ ମଧ୍ୟରେ ତୃତୀୟ ସ୍ଥାନ ହାସଲ କରିଥିଲା। ସେହିପରି ଚଳିତ ବର୍ଷ ର‌୍ୟାଙ୍କିଙ୍ଗରେ ଗବେଷଣା କ୍ଷେତ୍ରରେ ଆଇଟିଇଆର ଦେଶର ୩୦ଟି ଅନୁଷ୍ଠାନ ମଧ୍ୟରେ ତୃତୀୟ ସ୍ଥାନ ଏବଂ ପ୍ଲେସ୍‌ମେଂଟରେ ୪ର୍ଥ ସ୍ଥାନ ହାସଲ କରିଛି।

ସୂଚନା ଯୋଗ୍ୟ ଯେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱର୍କ (ଏନ୍‌ଆଇଆର୍‌ଏଫ୍ ) ର‌୍ୟାଙ୍କିଙ୍ଗ ୨୦୨୪ ରେ ସୋଆ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ପାଇଛି। ୨୦୨୨ରେ ସୋଆକୁ ନାକ ପକ୍ଷରୁ ଏ ପ୍ଲସ ପ୍ଲସ୍ ପୁନଃସ୍ୱୀକୃତି ମିଳିଥିବା ବେଳେ ୟୁଜିସି ପକ୍ଷରୁ କ୍ୟାଟେଗୋରୀ ୧ ଗ୍ରେଡେଡ୍‌ ଅଟୋନୋମୀର ମାନ୍ୟତା ମିଳିଛି ।

Leave A Reply

Your email address will not be published.