ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା

0

ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ

ସିକ୍କିମ: ସିକ୍କିମରେ ଏକ ବଡ଼ ଅଘଟଣ ଘଟିଛି। ବୁଲିବା ପାଇଁ ଯାଇଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ପର୍ଯ୍ୟଟକ। ପ୍ରାୟ ହଜାରେ ଫୁଟ ତଳକୁ ଏକ କାର୍‌ ତିସ୍ତା ନଦୀକୁ ଖସି ପଡିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୯ ଜଣ ନିଖୋଜ ଅଛନ୍ତି। ନିଖୋଜଙ୍କ ମଧ୍ୟରେ ଯାଜପୁରର ଭାଜପା ନେତ୍ରୀ ଇତିଶ୍ରୀ ଜେନା ମଧ୍ୟ ରହିଥିବା ସୂଚନା ମିଳିଛି।

ସୂଚନା ଯୋଗ୍ୟ, ଇତିଶ୍ରୀ ପରିବାରର ୧୧ ଜଣଙ୍କ ସହ ବୁଲିବାକୁ ଯାଇଥିଲେ। ୨ଟି ଗାଡ଼ିରେ ଯାଇଥିବା ବେଳେ ଗୋଟିଏ ଗାଡ଼ି ଖାଇରେ ଖସି ପଡ଼ିଥିଲା। ହେଲେ ଦୁର୍ଘଟଣାରେ ଇତିଶ୍ରୀଙ୍କ ପୁଅ ଏବଂ ପୁତୁରା ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ଇତିଶ୍ରୀ ଜେନା ଅଛନ୍ତି । ଅନ୍ୟପକ୍ଷେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ବସରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକ୍କିମ ସରକାରଙ୍କ ସହ ଆଲୋଚନା କରିଛନ୍ତି।

ଦୁର୍ଘଟଣାର ଶିକାର ହୋଇଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ଚିକିତ୍ସା ଯୋଗାଇ ଦେବାକୁ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିବା ସହ ଏକ ସ୍ବତନ୍ତ୍ର ଟିମ୍‌ ସିକିମ ଯିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.