ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

କ୍ରୁଟର ବଡ଼ ନିଷ୍ପତ୍ତି:୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

0

ଭୁବନେଶ୍ବର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍‌ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫ ବର୍ଷରୁ ଅଧିକ ଅଭିଜ୍ଞତା ନଥିବା ଡ୍ରାଇଭରଙ୍କୁ ନିଯୁକ୍ତି ନଦେବାକୁ ନିଷ୍ପତ୍ତି ନିଆଯାଇଛି।

ଆମ ବସ ଦ୍ୱାରା ବାରମ୍ବାର ଦୁର୍ଘଟଣାକୁ ନେଇ ଚାରିଆଡ଼େ ଲୋକଙ୍କ ଅସନ୍ତୋଷ ବଢ଼ିବାରେ ଲାଗିଛି। ଆମ ବସ ଚାଳକଙ୍କ ବେପରୁଆ ଡ୍ରାଇଭିଂ ଓ ଦୁର୍ଘଟଣା ଉପରେ ରୋକ ଲଗାଇବାକୁ ଶୁକ୍ରବାର କ୍ରୁଟର ପରିଚାଳନା ନିର୍ଦ୍ଦେଶକ ଏନ୍‌ ଥିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ବରିଷ୍ଠ ଅଧିକାରୀ ମାନେ ସାମିଲ ଥିଲେ। ଆମ ବସ ଦୁର୍ଘଟଣାକୁ ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା।
ପ୍ରଶିକ୍ଷଣକୁ ଜୋରଦାର କରାଯିବା ସହ ଡ୍ରାଇଭର ନିଯୁକ୍ତିକୁ କଡାକଡି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏଣିକି ଆଉ ମନଇଚ୍ଛା ଡ୍ରାଇଭରମାନଙ୍କୁ ଏଜେନ୍ସି ନିଯୁକ୍ତି ଦେଇ ପାରିବେ ନାହିଁ। ଏଥିପାଇଁ ୫ ବର୍ଷର ଅଭିଜ୍ଞତାକୁ କଡ଼ାକଡ଼ି କରାଯାଇଛି। ଖଣ୍ଡଗିରି ଛକରେ ଦୁଇ ଦିନ ତଳେ ଆମ ବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ଲୋକେ ମୋ ବସ୍‌ ଭାଙ୍ଗିଥିଲେ। ଖାଲି ଏତିକି ନୁହେଁ, ୩ ମାସରେ ୫ରୁ ଅଧିକ ଲୋକଙ୍କ ଜୀବନ ଆମ ବସ୍‌ ଚକା ତଳେ ଗଲାଣି। ଏହାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

Leave A Reply

Your email address will not be published.