ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଇଣ୍ଡୋନେସିଆରେ ବିଜୁ ହଲର ଲୋକାର୍ପଣ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

0

ଇଣ୍ଡୋନେସିଆ: ଇଣ୍ଡୋନେସିଆରେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆତଙ୍କବାଦ ବିରୋଧରେ ଅନ୍ତର୍ଜାତୀୟ ସ୍ତରରେ ସ୍ୱରୋତ୍ତୋଳନ କରିବାକୁ ବହୁଦଳୀୟ ସଂସଦୀୟ ପ୍ରତିନିଧି ଇଣ୍ଡୋନେସିଆ ଗସ୍ତ କରିଛନ୍ତି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଇଣ୍ଡୋନେସିଆର ଓଡ଼ିଆ ସମାଜକୁ ଭେଟିଛନ୍ତି।

ଏହି ଅବସରରେ ଇଣ୍ଡୋନେସିଆର ଭାରତୀୟ ଦୂତାବାସରେ ସେଠାକାର ଭୂମିପୁତ୍ର ତଥା ଓଡ଼ିଶାର ବର ପୁତ୍ର, କିମ୍ୱଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ ବିଜୁ ହଲର ଲୋକାର୍ପଣ କରିଛନ୍ତି। ଏଥିସହ ବିଜୁ ପଟ୍ଟନାୟକଙ୍କର ଏକ ଫଳକକୁ ଉନ୍ମୋଚିତ କରିଛନ୍ତି ଅପରାଜିତା। ଏନେଇ ‘ଏକ୍ସ’ରେ ଏକ ପୋଷ୍ଟ ମଧ୍ୟ କରିଛନ୍ତି ଇଣ୍ଡୋନେସିଆସ୍ଥିତ ଭାରତୀୟ ଦୂତାବାସ।

ଓଡ଼ିଶା ସହ ଇଣ୍ଡୋନେସିଆର ବହୁ ପୁରାତନ ସାଂସ୍କୃତିକ ଏବଂ ଐତିହାସିକ ସମ୍ପର୍କ ରହିଆସିଛି। ୧୯୫୧ରେ ଯେତେବେଳେ ଭାରତରେ ପ୍ରଥମ ସାଧାରଣତନ୍ତ୍ର ଦିବସ ପାଳିତ ହେଲା, ସେତେବେଳେ ତତ୍କାଳୀନ ଇଣ୍ଡୋନେସିଆ ରାଷ୍ଟ୍ରପତି ଆମର ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଡଚ୍ ମାନଙ୍କ ସହ ୧୯୪୭ରେ ଇଣ୍ଡୋନେସିଆର ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର କିମ୍ୱଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ ଏଠାକୁ ଆସି ଇଣ୍ଡୋନେସିଆର ନେତାମାନଙ୍କୁ ସହଯୋଗର ହାତ ବଢ଼ାଇଥିଲେ। ଆଉ ଇଣ୍ଡୋନେସିଆର ସ୍ୱାଧୀନତା ସଂଗ୍ରାମରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବୋଲି କହିଛନ୍ତି ଅପରାଜିତା। ଯାହାଫଳରେ ପରବର୍ତ୍ତୀ ସମୟରେ ଇଣ୍ଡୋନେସିଆ ସରକାର ବିଜୁ ପଟ୍ଟନାୟକଙ୍କୁ ସେଠାକାର ସର୍ବଶ୍ରେଷ୍ଠ ପୁରଷ୍କାର ବିଙ୍ଗଟଙ୍ଗ୍ ଯଶ ଉତ୍ତମ ଏବଂ ଇଣ୍ଟୋନେସିଆର ଭୂମିପୁତ୍ର ସମ୍ମାନରେ ସମ୍ମାନିତ କରିଥିଲେ ବୋଲି କହିଛନ୍ତି ଅପରାଜିତା।

Leave A Reply

Your email address will not be published.