ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ରାଉରକେଲାରେ ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍ ଜବତ

0

ରାଉରକେଲା: ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ପେଟ୍ରୋଲ୍‌ ପମ୍ପ୍ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ ଜବତ କରାଯାଇଛି।

ଜବତ କାର୍ଟୁନ ଭିତରେ ୨୩ ହଜାର ୨୦୦ଟି ବିସ୍ଫୋରକ ପ୍ୟାକେଟ୍ ରହିଛି। ବିସ୍ପୋରକ ସାମଗ୍ରୀ ଜବତ କରି ରଘୁନାଥପାଲି ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଘଟଣାରେ ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଓ ଗାଡି ଡ୍ରାଇଭର ଅଟକ ଅଛନ୍ତି। ୧୬ ପେଟି ବିସ୍ଫୋରକର କୌଣସି କାଗଜପତ୍ର ନଥିବାରୁ ସନ୍ଦେହ ବଢ଼ିଛି। ପୋଲିସ ପକ୍ଷରୁ ପଚରାଉଚରା ଜାରି ରହିଛି। ଦୁଇଟି ଯାକ ଗାଡ଼ିର ମଧ୍ୟ କୌଣସି କାଗଜ ପତ୍ର ସଠିକ୍ ନଥିବା ଜାଣିବାକୁ ପାଇଛି ପୋଲିସ। ସେହିପରି କେମିତି ଓ କେଉଁ ପରିସ୍ଥିତିରେ ଏତେ ପରିମାଣର ବିସ୍ଫୋରକ ଯାଉଥିଲା ତାକୁ ନେଇ ପ୍ରଶ୍ନ ଉଠିଛି।

Leave A Reply

Your email address will not be published.