ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

0

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚ ଶିକ୍ଷା ବିଭାଗ ସୋମବାର ଏକ ବଡ଼ ପଦକ୍ଷେପ ନେଇଛି। ରାଜ୍ୟରେ ଯୁକ୍ତ ତିନି ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଜୁନ ୪ତାରିଖ ରାତି ୧୧ଟା ୪୫ମିନିଟ୍‍ ଯାଏଁ ଛାତ୍ରଛାତ୍ରୀ ମାନେ ଫର୍ମ ଦାଖଲ କରିପାରିବେ।
ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅବଧି ବଢାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଦୀର୍ଘ ଦିନ ହେବ ଦାବି କରୁଥିଲେ। ଦାବିକୁ ଦୃଷ୍ଟିରେ ରଖି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖୁସିର ମାହୋଲ ଦେଖାଦେଇଛି।
ଯୁକ୍ତ ୩ ନାମଲେଖା ପାଇଁ ଆବେଦନ କରିବା ଲାଗି ମେ ୨୦ ଶେଷ ତାରିଖ ଥିଲା। ଯୁକ୍ତ ଦୁଇ ରେଜଲ୍ଟ ବାହାରି ନଥିବାରୁ ପିଲାମାନେ ଯୁକ୍ତ ୩ ପାଇଁ ଆବେଦନ କରିବାରେ ବାଧା ଉପୁଜିଥିଲା। ଏଣୁ ଅନେକ ଅଭିଯୋଗ ମଧ୍ୟ ଆସୁଥିଲା। ଯାହାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ପରେ ଅବଧି ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଥିଲା।

Leave A Reply

Your email address will not be published.