ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଭାରସାମ୍ୟ ହରାଇ ଓଲଟିଲା ବସ୍, ୫୦ରୁ ଅଧିକ ଯାତ୍ରୀ ଆହତ

0

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଚାପିହୋଇ ରହିଥିବା ସୂଚନା। ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଆଜି ସକାଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ପ୍ରାୟ ୩୦ରୁ ଊଦ୍ଧର୍‌ବ ଯାତ୍ରୀ ଗାଡ଼ିରେ ଫସିରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ରେ ୫୦ ଜଣ ଯାତ୍ରୀ ଓ କର୍ମଚାରୀ ଯାତ୍ରା କରୁଥିଲେ। ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ପହଞ୍ଚି ତୁରନ୍ତ ପୋଲିସକୁ ଖବର ଦେଇଥିଲେ।

ଖବରପାଇ ପୋଲିସ ଓ ଦମକଳବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରଖଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବସ୍ ଟି ସମ୍ପୂର୍ଣ୍ଣ ଭାବେ ଓଲଟି ପଡିଥିବାରୁ ବସ୍ ତଳେ ଅନେକ ଯାତ୍ରୀ ଚାପି ହୋଇ ରହିଛନ୍ତି। ଫଳରେ ସେମାନଙ୍କୁ ଉଦ୍ଧାର କରିବା କଷ୍ଟସାଧ୍ୟ ହୋଇପଡିଛି।

Leave A Reply

Your email address will not be published.