ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

0

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚ ଶିକ୍ଷା ବିଭାଗ ସୋମବାର ଏକ ବଡ଼ ପଦକ୍ଷେପ ନେଇଛି। ରାଜ୍ୟରେ ଯୁକ୍ତ ତିନି ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଜୁନ ୪ତାରିଖ ରାତି ୧୧ଟା ୪୫ମିନିଟ୍‍ ଯାଏଁ ଛାତ୍ରଛାତ୍ରୀ ମାନେ ଫର୍ମ ଦାଖଲ କରିପାରିବେ।
ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅବଧି ବଢାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଦୀର୍ଘ ଦିନ ହେବ ଦାବି କରୁଥିଲେ। ଦାବିକୁ ଦୃଷ୍ଟିରେ ରଖି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖୁସିର ମାହୋଲ ଦେଖାଦେଇଛି।
ଯୁକ୍ତ ୩ ନାମଲେଖା ପାଇଁ ଆବେଦନ କରିବା ଲାଗି ମେ ୨୦ ଶେଷ ତାରିଖ ଥିଲା। ଯୁକ୍ତ ଦୁଇ ରେଜଲ୍ଟ ବାହାରି ନଥିବାରୁ ପିଲାମାନେ ଯୁକ୍ତ ୩ ପାଇଁ ଆବେଦନ କରିବାରେ ବାଧା ଉପୁଜିଥିଲା। ଏଣୁ ଅନେକ ଅଭିଯୋଗ ମଧ୍ୟ ଆସୁଥିଲା। ଯାହାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ପରେ ଅବଧି ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଥିଲା।

Leave A Reply

Your email address will not be published.