ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ

0

ଭୁବନେଶ୍ବର: ଆଇଏଏସ୍‌ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ। ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ବ ମିଳିଛି। ଓଡ଼ିଶାରେ DCR ଭାବେ ଦାୟିତ୍ବ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ର ସରକାର ସୋମବାର ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କୁ ଓଡ଼ିଶା ରାଜ୍ୟର ନୂତନ ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ (ଡିସିଓ)/ନାଗରିକ ପଞ୍ଜୀକରଣ ନିର୍ଦ୍ଦେଶକ (ଡିସିଆର) ଭାବରେ ନିଯୁକ୍ତି ଦେଇଛନ୍ତି।

କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଚିଠି ଲେଖାଯାଇଛି। କେନ୍ଦ୍ର କାର୍ମିକ ଏବଂ ତାଲିମ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବଙ୍କୁ ପଠାଯାଇଥିବା ଏକ ଚିଠି ଅନୁସାରେ, କଲ୍ୟାଣ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବା ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ଏହି ଦାୟିତ୍ୱ ନିର୍ବାହ କରିବେ। ନିଖିଳ ପବନ କଲ୍ୟାଣ(ଓଡିଶା କ୍ୟାଡର-୨୦୧୨)ର ଜଣେ ଅଭିଜ୍ଞ ଆଇଏଏସ ଅଧିକାରୀ ଭାବେ ପରିଚିତ ଏବଂ ତାଙ୍କ ନେତୃତ୍ୱରେ ଓଡ଼ିଶାରେ ଜନଗଣନା ଏବଂ ନାଗରିକ ପଞ୍ଜୀକରଣ କାର୍ଯ୍ୟ ସୁଚାରୁ ରୂପେ ସମ୍ପନ୍ନ ହେବ ବୋଲି ଆଶା କରାଯାଉଛି।

ବର୍ତମାନ କଲ୍ୟାଣ ବର୍ତ୍ତମାନ ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନକୃଷି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବତନ ଜନଗଣନା ନିର୍ଦ୍ଦେଶକ ଉଦୟ ନାରାୟଣ ଦାସଙ୍କୁ ଗତ ମେ ମାସରେ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତ କରିବା ପରେ ଏହି ପଦବୀ ଖାଲି ହୋଇ ପଡ଼ିଥିଲା।

Leave A Reply

Your email address will not be published.