ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ

0

ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା।
ଦେବସ୍ନାନ ପୂର୍ଣ୍ଣିମା ଜୁନ୍ ୧୧ ତାରିଖରେ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ବୈଠକରେ ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ପରିଚାଳନା ଉପରେ ଆଲୋଚନା କରାଯାଇଥିଲା। ଦେବସ୍ନାନ ପୂର୍ଣ୍ଣିମା ପାଇଁ ୭୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ। ୪ ଏସ୍‌ପି ରାଙ୍କ୍ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ।

Leave A Reply

Your email address will not be published.