ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ମୃତ୍ୟୁ ପରେ ଚକ୍ଷୁଦାନ କଲେ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ତ୍ରୀ ଚାରୁଶୀଳା

0

ବରଗଡ଼: ବରଗଡ଼ର ଜଣାଶୁଣା ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋର୍‌ରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇ ଆତ୍ମୀୟ ସ୍ବଜନଙ୍କ ସମେତ ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସ୍ବର୍ଗତା ଆଚାର୍ଯ୍ୟ ଧର୍ମପରାୟଣ ଜଣେ ମହିଳା ଥିଲେ। ସେ ତାଙ୍କ ଚକ୍ଷୁଦାନ ମଧ୍ୟ କରିଛନ୍ତି। ଡାକ୍ତରୀ ଦଳ ପହଞ୍ଚି ତାଙ୍କ ପାର୍ଥିବ ଶରୀରରୁ ଚକ୍ଷୁ ସଂଗ୍ରହ କରିଥିଲେ। ଅପରାହ୍ନ ୩ଟାରେ ସ୍ଥାନୀୟ ଜୀରାନଦୀ କୂଳ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତାଙ୍କ ପରଲୋକରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.