ବରଗଡ଼: ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗରେ ପୀଡିତ ଥିଲେ। ବରଗଡ଼ର ଏକ ଘରୋଇ ହସ୍ପିଟାଲରେରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।
ତେବେ ୨୦୦୪ ରୁ ୨୦୦୯ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ। ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ ମଧ୍ୟ ସେ କାମ କରିଥିଲେ। ସ୍ବର୍ଗତଃ ରଫିକ୍ ଅବିବାହିତ ଥିଲେ। ନିଜର ଅମାୟିକ ବ୍ୟବହାର, ସରଳ ସ୍ବଭାବ ପାଇଁ ସାଧାରଣ ଲୋକଙ୍କ ମଧ୍ୟରେ ଅତି ପ୍ରିୟ ଥିଲେ। ତାଙ୍କ ବିୟୋଗରେ ସୋହେଲା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ