ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା

0

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ। କଟକ ଭୁବନେଶ୍ବରରେ ଅଧିକ ମାତ୍ରାରେ ସଂକ୍ରମଣ ବଢିବାରେ ଲାଗିଛି। ଏପଟେ ଆଉ କିଛି ଦିନ ପରେ ରଥଯାତ୍ରା। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ।
କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟସ୍କ ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ବ୍ୟକ୍ତି ରଥଯାତ୍ରାକୁ ଯିବାକୁ ବାରଣ କରିଛନ୍ତି ଓ ଘରେ ରହି ରଥଯାତ୍ରା ଦେଖିବାକୁ କହିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ। ଯେଉଁମାନେ ରଥଯାତ୍ରାକୁ ଯାଉଛନ୍ତି ସେମାନେ ମାସ୍କ ପିନ୍ଧିବା ଓ ହାତ ଧୋଇବା, ସ୍ଵଚ୍ଛ ପିଇବା ପାଣି ପିଇବାକୁ ଗୁରୁତ୍ୱ ଦିଅନ୍ତୁ।
ରଥଯାତ୍ରା ପାଇଁ କୋଭିଡ ବେଳେ ପୁରୀରେ ଯେଉଁ ଆଇସିୟୁ ଥିଲା ତାକୁ କାର୍ଯ୍ୟକ୍ଷମ କରାଯାଉଛି। ପୁରୀ ହସ୍ପିଟାଲର ଶଯ୍ୟା ବୃଦ୍ଧି ସହ ଡାକ୍ତର ସଂଖ୍ୟା ବଢାଯାଇଛି। ସମସ୍ତ ଯନ୍ତ୍ରପାତି, ଆଇସିୟୁ ଠିକ ରଖିବା ସହ ଆମ୍ବୁଲାନ୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ସୂଚନାଥାଉକି, ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକରେ ୯ ପଜିଟିଭ୍, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବରରୁ ଜଣେ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.