ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ବିଶ୍ୱର ସର୍ବୋଚ୍ଚ ଚେନାବ ରେଲୱେ ସେତୁ ଉଦ୍‌ଘାଟିତ

0

ଜମ୍ମୁ-କଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ-କଶ୍ମୀରର ରେଆସି ଜିଲା ଅନ୍ତର୍ଗତ ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌କୁ ଉଦ୍‌ଘାଟନ କରିଛନ୍ତି। ବ୍ରିଜ୍‌ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦୀ ତ୍ରିରଙ୍ଗା ଉଡ଼ାଉଥିବାର ଦେଖାଯାଇଥିଲା। ୧୫ ଶହ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ହୋଇଛି ଏହି ଅତ୍ୟାଧୁନିକ ସେତୁ। ଯାହାର ଉଚ୍ଚତା ୩୫୯ ମିଟର ଥିବା ବେଳେ ଏହି ସେତୁର ଦୈର୍ଘ୍ୟ ୧୩୧୫ ମିଟର ରହିଛି। ଚେନାବ ବ୍ରିଜ୍ ପ୍ୟାରିସର ଆଇଫେଲ୍ ଟାୱାରଠାରୁ ୩୫ ମିଟର ଉଚ୍ଚ। ୧.୩ କିଲୋମିଟର ଲମ୍ବା ସେତୁ ଚେନାବ ନଦୀ ଉପରେ ୩୫୯ ମିଟର ଉଚ୍ଚରେ ନିର୍ମିତ ହୋଇଛି। ଏଥିପାଇଁ ୧୪୮୬କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୩୦ ହଜାର ମେଟ୍ରିକ ଟନ ଇସ୍ପାତ ବ୍ୟବହାର କରାଯାଇଛି।

ଏହା ଘଣ୍ଟା ପ୍ରତି ୨୬୦ କିଲୋମିଟର ପର୍ଯ୍ୟନ୍ତ ପବନକୁ ସହ୍ୟ କରିପାରିବ। ତୁଷାରପାତ ସମୟରେ କାଶ୍ମୀର ଉପତ୍ୟକା ଦେଶର ଅନ୍ୟାନ୍ୟ ସ୍ଥାନରୁ ବିଚ୍ଛିନ୍ନ ହୋଇଯାଉଥିଲା। ୨୦୦୩ ରେ ଭାରତ ସରକାର କାଶ୍ମୀର ଉପତ୍ୟକାକୁ ଦେଶର ଅନ୍ୟାନ୍ୟ ଅଂଶ ସହିତ ସବୁ ପାଗ ଭିତ୍ତିରେ ସଂଯୋଗ କରିବା ପାଇଁ ଚେନାବ ବ୍ରିଜ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିଲେ।

ଏହି ସେତୁ ୨୦୦୯ ସୁଦ୍ଧା ପ୍ରସ୍ତୁତ ହେବାକୁ ଥିଲା। ମାତ୍ର ଏହି ଅବଧି ମଧ୍ୟରେ ଏହା ସରିନଥିଲା। ବର୍ତ୍ତମାନ ପ୍ରାୟ ୨ ଦଶନ୍ଧି ପରେ ଚେନାବ ନଦୀ ଉପରେ ନିର୍ମିତ ଏହି ସେତୁ ପ୍ରସ୍ତୁତ ହୋଇଛି। ଏହି ବ୍ରିଜ୍ ୪୦ କିଲୋଗ୍ରାମ ପର୍ଯ୍ୟନ୍ତ ବିସ୍ଫୋରକ ଏବଂ ରିକ୍ଟର ସ୍କେଲରେ ୮ ମ୍ୟାଗ୍ନିଚ୍ୟୁଡ୍ ପର୍ଯ୍ୟନ୍ତ ଭୂକମ୍ପକୁ ସହ୍ୟ କରିପାରିବ। ସେତୁଟି ଆସନ୍ତା ୧୨୦ ବର୍ଷ ପାଇଁ ନିର୍ମାଣ କରାଯାଇଛି।

Leave A Reply

Your email address will not be published.