ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଜେଲ ଗଲେ ଉପଜିଲ୍ଲାପାଳ

0

ଧର୍ମଗଡ଼: ବନ୍ଧା ହେଲେ ଲାଞ୍ଚୁଆ ଆଇଏଏସ ଅଫିସର ବାବୁ। କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମାନ୍ ଚକମାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଥିଲେ । ଆଜି ତାଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ ସେଲ ଏସପି ଏମ ରାଧାକୃଷ୍ଣ।
ସୂଚନାଯୋଗ୍ୟ, ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି। ଅଭିଯୁକ୍ତ ଉପ-ଜିଲାପାଳ ମୋଟ ୨୦ ଲକ୍ଷ ଟଙ୍କାର ଲାଞ୍ଚ ଦାବି କରିଥିଲେ ଏବଂ ଏହାର ପ୍ରଥମ କିସ୍ତି ଭାବେ ୧୦ ଲକ୍ଷ ଟଙ୍କା ଗ୍ରହଣ କରୁଥିବା ବେଳେ ଧରାପଡ଼ିଛନ୍ତି। ସେ ବ୍ୟବସାୟୀଙ୍କୁ ତାଙ୍କ ବ୍ୟବସାୟ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାର ଧମକ ଦେଇଥିଲେ।
ଅଭିଯୁକ୍ତ ଉପ-ଜିଲାପାଳ ଅଭିଯୋଗକାରୀଙ୍କୁ ତାଙ୍କ ଧର୍ମଗଡ଼ସ୍ଥିତ ସରକାରୀ ବାସଭବନକୁ ଡାକି ଲାଞ୍ଚ ଟଙ୍କା ଗ୍ରହଣ କରିଥିଲେ। ସେ ନିଜ ହାତରେ ଟଙ୍କା ସବୁ ଯାଞ୍ଚ କରି ତାଙ୍କ ବାସଭବନର ଅଫିସ ଟେବୁଲ ଡ୍ରୟରରେ ରଖିଥିଲେ। ତାଙ୍କ ଉଭୟ ହାତ ଧୋଇବା ଏବଂ ଟେବୁଲ ଡ୍ରୟାର ଧୋଇବା ପରେ ରାସାୟନିକ ପରୀକ୍ଷାରେ ସକାରାତ୍ମକ ଫଳାଫଳ ମିଳିଛି।

ଏହା ପରେ, ତାଙ୍କ ସରକାରୀ ବାସଭବନରେ ତଲାସୀ ସମୟରେ ଅତିରିକ୍ତ ୪୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି। ସରକାରୀ ବାସଭବନରୁ ମୋଟ ୫୭ ଲକ୍ଷ ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ତଲାସୀ କାର୍ଯ୍ୟ ଏବେ ମଧ୍ୟ ଜାରି ରହିଛି। ଏ ସମ୍ପର୍କରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ରାଜ୍ୟ ଭିଜିଲାନ୍ସ ସେଲ ଏସପି ଏମ. ରାଧାକୃଷ୍ଣ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ଭିଜିଲାନ୍ସ ଏ ସଂକ୍ରାନ୍ତରେ ମାମଲା ରୁଜୁ କରି ତଦନ୍ତ କରୁଛି। ଚକମାଙ୍କ ଅନ୍ୟାନ୍ୟ ସମ୍ପତ୍ତି ସଂକ୍ରାନ୍ତରେ ତଦନ୍ତ ଚାଲିଥିବା ଜଣାପଡ଼ିଛି।
୨୦୧୯ରେ ଧିମାନ ଚକମା ଭାରତୀୟ ବନ ସେବାରେ ଯୋଗଦେଇ ବାରିପଦା ବନ ବିଭାଗରେ ଏସିଏଫ ଭାବେ କାର୍ଯ୍ୟ କରିଥିଲେ। ପରେ ୨୦୨୧ରେ ଆଇଏଏସ ପାଇ ୨୯.୦୧.୨୦୨୪ରେ ଧର୍ମଗଡ ଉପଜିଲ୍ଲାପାଳ ଭାବେ ଯୋଗଦେଇଥିଲେ।

Leave A Reply

Your email address will not be published.