ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଗଛରେ ପିଟି ହେଲା କାର୍‌, ଦୁଇ ମୃତ

0

ଯାଜପୁର: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍‌ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ କାଦୁଆବନ୍ଦୀ ଗାଁର ବିଶ୍ଵନାଥ ମହାନ୍ତ ଏବଂ ମହଲଖାଲ ଗାଁର ସଞ୍ଜୟ ମହାନ୍ତ ବୋଲି ଜଣାପଡିଛି।

ଆଜି ସକାଳେ ୫ ଜଣ ବ୍ୟକ୍ତି କାରରେ କେଉଁଆଡେ ଯାଉଥିବାବେଳେ ଭାରସାମ୍ୟ ହରାଇ କାରଟି ଏକ ଗଛରେ ପିଟି ହୋଇଯାଇଛି। ୩ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.