ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଗଛରେ ପିଟି ହେଲା କାର୍‌, ଦୁଇ ମୃତ

0

ଯାଜପୁର: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍‌ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ କାଦୁଆବନ୍ଦୀ ଗାଁର ବିଶ୍ଵନାଥ ମହାନ୍ତ ଏବଂ ମହଲଖାଲ ଗାଁର ସଞ୍ଜୟ ମହାନ୍ତ ବୋଲି ଜଣାପଡିଛି।

ଆଜି ସକାଳେ ୫ ଜଣ ବ୍ୟକ୍ତି କାରରେ କେଉଁଆଡେ ଯାଉଥିବାବେଳେ ଭାରସାମ୍ୟ ହରାଇ କାରଟି ଏକ ଗଛରେ ପିଟି ହୋଇଯାଇଛି। ୩ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.