ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଜେଲ୍ ଯିବା ପରେ ବିଗିଡିଲା ଚକ୍‌ମାଙ୍କ ସ୍ୱାସ୍ଥ୍ୟାବସ୍ଥା,ଡାକ୍ତରଖାନାରେ ଭର୍ତ୍ତି

0

ଧର୍ମଗଡ଼: ଡିପ୍ରେସନରେ ଧୀମାନ ଚକମା। ବିଗିଡ଼ିଲା ସ୍ୱାସ୍ଥ୍ୟବସ୍ଥା। ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ଲାଞ୍ଚ ନେଇ ଜେଲ ଯିବା ପରେ ଚିନ୍ତା ବଢି ଯାଇଛି। ଜେଲ୍ ଯାଉ ଯାଉ ବିଗିଡ଼ିଛି ‘ଚକମା’ଙ୍କ ସ୍ୱାସ୍ଥ୍ୟ। ମାନସିକ ଅବସାଦଗ୍ରସ୍ତ ହୋଇ ଏବେ ଭବାନୀପାଟଣା ଜେଲ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା। ଗତକାଲି ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା କାରାଗାରକୁ ପଠାଇ ଦିଆଯାଇଛି।
କଳାହାଣ୍ଡି ଜିଲ୍ଲା ଜୟପାଟଣା ଅଞ୍ଚଳର ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଲାଞ୍ଚ ନେବା ବେଳେ ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମାଙ୍କୁ ଧରିଥିଲା ଭିଜିଲାନ୍ସ। ଜୟପାଟଣା ବ୍ଲକ ଆମଯୋର ଅଞ୍ଚଳର ଜଣେ କ୍ରସର ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନ ଭୟ ଦେଖାଇ ୨୦ ଲକ୍ଷ ଟଙ୍କା ଦାବି କରିଥିଲେ। ହେଲେ କ୍ରସର ମାଲିକ ଅନ୍ୟୋପାୟ ନ ପାଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଧରିବା ପାଇଁ ଜାଲ ବିଛା ଯାଇଥିଲା।

ପୂର୍ବ ଯୋଜନା ମୁତାବକ, ଧୀମାନ ପ୍ରଥମ କିସ୍ତି ବାବଦରେ ୧୦ ଲକ୍ଷ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା। ଏହା ପରେ ଅଧିକ ଖୋଳତାଡ କରିବା ପାଇଁ ତାଙ୍କ କାର୍ଯ୍ୟାଳୟ ସମେତ ସରକାରୀ କ୍ବାର୍ଟରରେ ଚଢା‍ଉ କରାଯାଇଥିଲା। ରେଡ୍ ବେଳେ ତାଙ୍କ ସରକାରୀ କ୍ବାର୍ଟର୍ସରୁ ମିଳିଥିଲା ୪୭ ଲକ୍ଷ ଟଙ୍କାର ନଗଦ କ୍ୟାସ୍। ଜବତ ଟଙ୍କା ବାବଦରେ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ।ସେଥିପାଇଁ ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଭବାନୀପାଟଣା ଜିଲା ମୁଖ୍ୟ ଜେଲକୁ ପଠା ଯାଇଥିଲା। ସେଠାରେ ରହିବା ପରେ ଡିପ୍ରେସନ(ମାନସିକ ବିଷାଦ) କୁ ଆସି ତାଙ୍କ ସ୍ୱାସ୍ଥ୍ୟ ବସ୍ଥା ବିଗିଡ଼ି ଯାଇଥିଲା।

Leave A Reply

Your email address will not be published.