ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

0

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩୪ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।

ବର୍ତ୍ତମାନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି। ସକ୍ରିୟ ସଂକ୍ରମଣ ମାମଲା ୫ ହଜାର ୭୫୫ ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ମୁକାବିଲା ଲାଗି ରାଜ୍ୟମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଓ ଯଥେଷ୍ଟ ପରିମାଣର ଅକ୍ସିଜେନ୍ ସିଲିଣ୍ଡର ଗଚ୍ଛିତ ରଖିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ହାତ ସାନିଟାଇଜ କରିବା, କାଶ କିମ୍ବା ଛିଙ୍କ ହେଲେ ରୁମାଲ ବା ମାସ୍କ ବ୍ୟବହାର କରିବା, ଶରୀର ଅସୁସ୍ଥ ଥିଲେ ଭିଡ଼ଠୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ।

ଗୋଟିଏ ପଟେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍, ଆଇସିୟୁ ବେଡ୍, ଭେଣ୍ଟିଲେଟର ଓ ଆବଶ୍ୟକୀୟ ଔଷଧପତ୍ର ମହଜୁଦ ରଖିବାକୁ ରାଜ୍ୟ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ।

Leave A Reply

Your email address will not be published.